27.1 C
Bhubaneswar
Wednesday, June 26, 2024
Homeଓଡିଶାଜିଲ୍ଲା ମାନ୍ୟତା ଦାବି ନେଇ ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ

ଜିଲ୍ଲା ମାନ୍ୟତା ଦାବି ନେଇ ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ

କୁଚିଣ୍ଡା: ଜିଲ୍ଲା ମାନ୍ୟତା ଦାବି ନେଇ କୁଚିଣ୍ଡା ବନ୍ଦ । ଆଜି କୁଚିଣ୍ଡା ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବି କରି ବନ୍ଦ ପାଳନ କରୁଛି କ୍ରୀୟାନୁଷ୍ଠାନ କମିଟି। ସକାଳ ୬ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ୧୨ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ଜରୁରୀ କାଳୀନ ସେବାକୁ ବାଦ ଦେଇ ସମସ୍ତ ସରକାରୀ ବେସରକାରୀ ଅନୁଷ୍ଠାନ, ଦୋକାନ ବଜାର ତଥା ଗାଡି ମଟର ଚଳାଚଳ ବନ୍ଦ ରହିଛି । କୁଚିଣ୍ଡା ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ପାଇଁ ବହୁ ଦିନରୁ ଦାବି ହୋଇ ଆସୁଥିବା ବେଳେ ଏହାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ମଧ୍ୟ ପ୍ରଦାନ କରାଯାଇଛି । ଆଜି ସକାଳ ୬ ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ବନ୍ଦ ଜାରି ରହିବ । ବନ୍ଦକୁ ଆଖିଆଗରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଏହି ବନ୍ଦ ପାଳନରେ କୁଚିଣ୍ଡାର ବିଭିନ୍ନ ରାଜନୈତିକ ଦଳ ନେତା, ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା ମାନେ ସାମିଲ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking