ବ୍ରହ୍ମପୁର: ଆଜି ୧୨ ଘଣ୍ଟିଆ ଭଞ୍ଜନଗର ବନ୍ଦ । ଘୁମୁସର ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ ଭଞ୍ଜନଗର ବନ୍ଦ ଡାକରା ଦିଆଯାଇଛି । ଘୁମୁସର ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ ପାଇଁ ଆହ୍ବାନ ଦିଆଯାଇଛି ।ଘୁମୁସର ଜିଲ୍ଲା ଦାବିରେ ଆଜି ପ୍ରାୟ ୪୦ ସଂଗଠନ ଏଥର ସାମିଲ ହୋଇ ସକାଳ ୬ ଟାରୁ ପିକେଟିଂ ଆରମ୍ଭ କରିଦେଇଛନ୍ତି ।
ଯାନବାହାନ ଗମନାଗମନ ବନ୍ଦ ରହିବା ସହ ସମସ୍ତ ଦୋକାନ ବଜାର ବନ୍ଦ ରହିଛି । ଫଳରେ ଯାତ୍ରୀ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଜୀବନ ଯାତ୍ରା ଏକ ପ୍ରକାର ଠପ୍ ହୋଇଯାଇଛି । ଏହି ବନ୍ଦକୁ କଂଗ୍ରେସ, ବିଜେପି, ସାମାଜିକ ସଂଗଠନ ଓ ସାମ୍ବାଦିକ ସଂଘ ସମର୍ଥନ କରିଛନ୍ତି । ଏହି ବନ୍ଦରେ ସ୍କୁଲ, କଲେଜ ଓ ଜରୁରୀକାଳିନ ସେବାକୁ ବାଦ ଦିଆଯାଇଛି ।