ବରଗଡ : ବରଗଡ ଧନୁଯାତ୍ରାରେ ଜଙ୍ଗଲରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବତୀ ଉଦ୍ଧାର ଘଟଣାରେ ଆଜି ୧୨ ଘଣ୍ଟିଆ ବରଗଡ ବନ୍ଦ ରହିଛି । ପୀଡିତାଙ୍କୁ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳନ କରାଯିବ । ଏହି ବନ୍ଦ ଡାକରା ସଚେତନ ମଞ୍ଚ ପକ୍ଷରୁ ଦିଆଯାଇଛି । ଜରୁରୀ କାଳୀନ ସେବା ଛଡା ସମସ୍ତ ଦୋକାନ , ବଜାର ବନ୍ଦ ରହିଛି । ମୁଖ୍ୟ ଅଭିଯୁକ୍ତକୁ ପୋଲିସ ତୁରନ୍ତ ଗିରଫ କରୁ ବୋଲି ଦାବୀ କରିଛନ୍ତି। ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ କୁର୍ଲା ଜଙ୍ଗଲରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଗତକାଲି ଏହି ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ବରଗଡ଼ ପୋଲିସ । ଏବେବି ମୁଖ୍ୟ ଅଭିଯୁକ୍ତ ଫେରାର ରହିଛି।