29.1 C
Bhubaneswar
Friday, October 18, 2024
Homeଓଡିଶାଆସନ୍ତାକାଲି ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ ଡାକରା

ଆସନ୍ତାକାଲି ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ ଡାକରା

ସମ୍ବଲପୁର : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡକୁ ଜିଲ୍ଲା ଘୋଷଣା ଦାବିରେ ଆସନ୍ତାକାଲି ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ ଡାକରା ଦିଆଯାଇଛି। ‘କୁଚିଣ୍ଡା ଜିଲ୍ଲା ଗଠନ ଦାବି କ୍ରିୟାନୁଷ୍ଠାନ କମିଟି’ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଗତକାଲି କମିଟିର ଏକ ବୈଠକରେ ଏହି ନିଷ୍ପତ୍ତି ହୋଇଥିଲା। କୁଚିଣ୍ଡା ଜିଲ୍ଲା ଗଠନ ଦାବି କ୍ରିୟାନୁଷ୍ଠାନ କମିଟି ଆବାହକ ପ୍ରମୋଦ ଛୁରିଆ କହିଛନ୍ତି ଯେ ଗୁରୁବାର (ଆସନ୍ତାକାଲି) ସକାଳ ୬ଟା’ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି। ଏହି ସମୟରେ କୁଚିଣ୍ଡାର ସମସ୍ତ ଦୋକାନ ବଜାର, ଗାଡି ମୋଟର ଚଳାଚଳ, ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ କରିବା ପାଇଁ ଆହ୍ୱାନ ଦିଆଯାଇଛି। କୁଚିଣ୍ଡାର ସମସ୍ତ ନାଗରିକଙ୍କୁ ବନ୍ଦରେ ସାମିଲ ହୋଇ ଏହାକୁ ସଫଳ କରିବାକୁ ମଧ୍ୟ କମିଟି ଆହ୍ୱାନ ଦେଇଛି। ବନ୍ଦରୁ ଜରୁରୀ ସେବା ଗୁଡ଼ିକୁ ବାଦ୍ ଦିଆଯାଇଛି। ଡାକ୍ତରଖାନା ଖୋଲା ରହିବ। ଦମକଳ ସେବାକୁ ଏଥିରୁ ବାଦ୍ ଦିଆଯାଇଛି। ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଥିଲେ, ସେଗୁଡ଼ିକ ମଧ୍ୟ ଖୋଲା ରହିବ ବୋଲି କହିଛନ୍ତି କୁଚିଣ୍ଡା ଜିଲ୍ଲା ଗଠନ ଦାବି କ୍ରିୟାନୁଷ୍ଠାନ କମିଟି ଆବାହକ ପ୍ରମୋଦ ଛୁରିଆ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking