30.1 C
Bhubaneswar
Wednesday, February 11, 2026
Homeଓଡିଶାଆଜି ୧୨ ଘଣ୍ଟିଆ କୋରାପୁଟ ବନ୍ଦ

ଆଜି ୧୨ ଘଣ୍ଟିଆ କୋରାପୁଟ ବନ୍ଦ

କୋରାପୁଟ : ଜିଲ୍ଲା ଭିତ୍ତିକ ଶିକ୍ଷକ ନିଯୁକ୍ତି ଦାବିରେ ଆଜି କୋରାପୁଟ ବନ୍ଦ ଡାକରା ଦିଆଯାଇଛି।  ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆଜି ଅବିଭକ୍ତ କୋରାପୁଟ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ମିଳିତ କ୍ରିୟାନୁଷ୍ଠାନ କମିଟି ଡାକରାରେ ସକାଳ ୬ଟାରୁ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦ ଯୋଗୁ ଦୋକାନ ବଜାର, ଗାଡ଼ି ଚଳାଚଳ,ସରକାରୀ କାର୍ୟ୍ୟାଳୟ ଓ ସ୍କୁଲ କଲେଜ  ବନ୍ଦ ରହିଛି। ଆଦିବାସୀ ଅଧ୍ୟୁଷିିତ ଜିଲ୍ଲାରେ ହଜାର ହଜାର ଶିକ୍ଷିତ ଆଦିବାସୀ ଯୁବକ ଯୁବତୀ ଚାକିରୀ ପାଇଁ ଆଶାୟୀ ଥିବାବେଳେ ସରକାର ସେମାନଙ୍କ ପ୍ରତି ଅଣଦେଖା କରି ବାହାର ଜିଲ୍ଲାର ପ୍ରାର୍ଥୀଙ୍କୁ ଚାକିରି ଦେଉଥିବା ଅଭିଯୋଗ ହୋଇଛି। ଏହାଫଳରେ ଜିଲ୍ଲାର ଯୁବକ ଯୁବତୀ କର୍ମସଂସ୍ଥାନ ସନ୍ଧାନରେ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯିବାପାଇଁ ବାଧ୍ୟ ହେଉଛନ୍ତି ବୋଲି ଅଭିଯୋଗ ହୋଇଛି। କୋରାପୁଟ ଜିଲ୍ଲାରେ ୯୨୨ରୁ ମାତ୍ର ୪୦ ଜଣ ଏବଂ ନବରଙ୍ଗପୁରରେ ୮୬୦ରୁ ୧୩୪ ଜଣ ଜିଲ୍ଲାର ପ୍ରାର୍ଥୀ କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଛନ୍ତି ବୋଲି ଅଭିଯୋଗ ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking