31.1 C
Bhubaneswar
Wednesday, October 7, 2026
Homeଓଡିଶାଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ!

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ!

ଭୁବନେଶ୍ୱର: ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି ଇଣ୍ଡିଆ ବ୍ଲକ । ୪ ଦଫା ଦାବିରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ରାଜ୍ୟବ୍ୟାପୀ ବନ୍ଦ ଡାକରା ଦିଆଯାଇଛି । ଏନେଇ ଭୁବନେଶ୍ୱରରେ ସାମ୍ବାଦିକ ସମ୍ମିଳନୀ କରି ଘୋଷଣା କରିଛି ଇଣ୍ଡିଆ ବ୍ଲକ୍ । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏ ବନ୍ଦ ପାଳନ ପାଇଁ ସମସ୍ତଙ୍କୁ ଆହ୍ୱାନ କରାଯାଇଛି । ବନ୍ଦ ସମୟରେ ରେଳ, ବସ୍ ଓ ଅନ୍ୟ ସରକାରୀ-ବେସରକାରୀ ଯାନବାହନ ଚଳାଚଳ ବନ୍ଦ ରଖିବାକୁ ଆହ୍ୱାନ ଦିଆଯାଇଛି । ତେବେ ହସ୍ପିଟାଲ, ଆମ୍ବୁଲାନ୍ସ, ମେଡିକାଲ ଷ୍ଟୋର ସମେତ ଜରୁରୀକାଳୀନ ସେବାକୁ ବନ୍ଦରୁ ବାଦ ଦିଆଯିବ ।

ଅଷ୍ଟମ ଓ ନବମ ଶ୍ରେଣୀ ପରୀକ୍ଷାର୍ଥୀଙ୍କ ଯାତାୟାତରେ ଯେପରି ସମସ୍ୟା ନହୁଏ, ସେଥିପ୍ରତି ଧ୍ୟାନ ଦିଆଯିବ ବୋଲି କହିଛି ଇଣ୍ଡିଆ  ବ୍ଲକ୍। ଏସ୍‌ଆଇଆର୍ ପ୍ରସଙ୍ଗରେ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଓ ବହିଷ୍କାର ଦାବି କରାଯାଇଛି । ଏମ୍‌ଏମ୍‌ଡିଆର୍ ଆଇନ ସଂଶୋଧନ ପ୍ରତ୍ୟାହାର କରି ଓଡ଼ିଶାର ଖଣିଜ ସମ୍ପଦ ସୁରକ୍ଷା କରିବାକୁ ଦାବି ହୋଇଛି । ବନ୍ୟା ପୀଡ଼ିତଙ୍କୁ ପର୍ଯ୍ୟାପ୍ତ ସହାୟତା ଓ ପୁନର୍ବାସ ଯୋଗାଇବା ସହ ପ୍ରାଥମିକ ଶିକ୍ଷା ପାଠ୍ୟପୁସ୍ତକ ଅନିୟମିତତା ଓ ଶିକ୍ଷା ବ୍ୟବସ୍ଥାରେ ଦୁର୍ନୀତି ପ୍ରସଙ୍ଗରେ ସମ୍ପୃକ୍ତ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି ଇଣ୍ଡିମେଣ୍ଟ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking