30.1 C
Bhubaneswar
Sunday, March 23, 2025
Homeଦେଶ ବିଦେଶସୁରକ୍ଷାକର୍ମୀଙ୍କ ଗୁଳିରେ ୩୧ ମାଓବାଦୀ ସଫା

ସୁରକ୍ଷାକର୍ମୀଙ୍କ ଗୁଳିରେ ୩୧ ମାଓବାଦୀ ସଫା

ଛତିଶଗଡ଼: ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଆଜି ଏକ ଏନକାଉଣ୍ଟରରେ ଦୁଇ ଜଣ ସୁରକ୍ଷା କର୍ମୀ ନିହତ ହୋଇଛନ୍ତି ଏବଂ ୩୧ ଜଣ ମାଓବାଦୀ ନିହତ ହୋଇଛନ୍ତି ବୋଲି ପୋଲିସ କହିଛି । ଇନ୍ଦ୍ରାବତୀ ଜାତୀୟ ଉଦ୍ୟାନ ଅଞ୍ଚଳର ଏକ ଜଙ୍ଗଲରେ ସୁରକ୍ଷା ଦଳ ମାଓ ବିରୋଧୀ ଅପରେସନ କରୁଥିବା ସମୟରେ ଏହି ଏନକାଉଣ୍ଟର ଆରମ୍ଭ ହୋଇଥିଲା । ସୂଚନା ଅନୁଯାୟୀ, ଗୁଳିବିନିମୟରେ ୩୧ ଜଣ ନକ୍ସଲ ନିହତ ହୋଇଛନ୍ତି । ଏହି ଏନକାଉଣ୍ଟରରେ ଦୁଇ ଜଣ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି ଏବଂ ବିପଦମୁକ୍ତ ଅଛନ୍ତି ବୋଲି ଅଧିକାରୀମାନେ କହିଛନ୍ତି । ସେମାନେ ଆହୁରି ମଧ୍ୟ କହିଛନ୍ତି ଯେ ଗୁଳିବିନିମୟରେ ନିହତ ମାଓବାଦୀମାନଙ୍କୁ ଚିହ୍ନଟ କରାଯାଉଛି ଏବଂ ସୁରକ୍ଷା ବାହିନୀ ଘଟଣାସ୍ଥଳରୁ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ଜବତ କରିଛି । ବସ୍ତର ପୋଲିସ କହିଛି ଯେ ଏକ ସର୍ଚ୍ଚ ଅପରେସନ ଚାଲିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking