ରାଜ୍ୟରେ ଆଜି ୧୨ ଜୀବନ ନେଲା କରୋନା

Outbreak of coronavirus disease (COVID-19) in Ahmedabad

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୨ ୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡରୁ ସର୍ବାଧିକ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ୱର, କେନ୍ଦୁଝରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଝାରସୁଗୁଡା, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ନୂଆପଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here