28.1 C
Bhubaneswar
Friday, March 29, 2024
Homeଓଡିଶାପୁଣି ଆଉ ୧୨ ମୁଣ୍ଡ ନେଲା କରୋନା, ମୋଟ ମୃତ୍ୟୁ ସଂଖ୍ୟା ୨୪୭ କୁ ବୃଦ୍ଧି

ପୁଣି ଆଉ ୧୨ ମୁଣ୍ଡ ନେଲା କରୋନା, ମୋଟ ମୃତ୍ୟୁ ସଂଖ୍ୟା ୨୪୭ କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଉ ୧୨ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୭ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଆଜି ମୃତ୍ୟୁବରଣ କରିଥିବା ୧୨ ଜଣଙ୍କ ମଧ୍ୟରୁ  ଗଞ୍ଜାମ ଜିଲ୍ଲା ଓ ସୁନ୍ଦରଗଡ଼ ଜିଲ୍ଲାରୁ  ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାରେ ପ୍ରଥମ କରୋନାଜନିତ ମୃତ୍ୟୁ ହୋଇଛି। ଏହାବାଦ ଗଜପତି,  ଭଦ୍ରକ, କେନ୍ଦ୍ରାପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।



ଆଜି ରାଜ୍ୟରେ ୨୯ ଜିଲ୍ଲାରୁ ୧୮୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧୮ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ ଅଞ୍ଚଳରୁ ୭୧୫ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୨୫୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
 

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking