30.1 C
Bhubaneswar
Saturday, May 4, 2024
Homeଓଡିଶାରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୦ କରୋନା ରୋଗୀ

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୦ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟ ପାଇଁ ଆଜି ପୁଣି ଆଶ୍ୱସ୍ତିର ଖବର ରହିଛି । ରାଜ୍ୟରେ ଆଜି ଆଉ ୧୨୦ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଗଂଜାମ ଜିଲ୍ଲାରୁ ସର୍ବାଧିକ ୩୦ ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୯, ବାଲେଶ୍ୱରରେ ୧୪, ବଲାଙ୍ଗୀର ୧୨, ଢେଙ୍କାନାଳ ୯ ଜଣ ସୁସ୍ଥ ହୋଇଛନ୍ତି । ସେହିଭଳି ନୟାଗଡ ଓ ସୁନ୍ଦରଗଡ ରୁ ୭ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଅନୁଗୁଳରୁ ୬ ଜଣ କରୋନାରୁ ସୁସ୍ଥ ହେବା ସହ କେନ୍ଦୁଝରରୁ ୫, ଜଗତସିଂହପୁର ଓ ପୁରୀ ରୁ ୪ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଅନ୍ୟପଟେ ଦେବଗଡ, କେନ୍ଦ୍ରାପଡା ଓ ଝାରସୁଗୁଡାରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏବେ ଏହି ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ମୋଟ ୨୪୭୪ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଅନ୍ୟପଟେ ଆଜି ରାଜ୍ୟରେ ୧୧୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।  ଆଜି ଚିହ୍ନଟ ହୋଇଥିବା ୧୨୧ଜଣଙ୍କ ମଧ୍ୟରୁ ୧୦୭ଜଣ କ୍ୱାରେଣ୍ଟାଇନ୍ କେନ୍ଦ୍ରରେ ଥିଲେ ଓ ଅନ୍ୟ ୫ଜଣ ସ୍ଥାନୀୟ ମାମାଲା ବୋଲି ଜଣାପଡ଼ିଛି ।
https://onakhabar.com/2020/06/12/112-corona-positive-identified-in-odisha/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking