33.1 C
Bhubaneswar
Saturday, April 27, 2024
Homeଓଡିଶାରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୦ କରୋନା ରୋଗୀ

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୦ କରୋନା ରୋଗୀ

ଭୁବନେଶ୍ୱର: ଆଜି ରାଜ୍ୟ ପାଇଁ ପୁଣି ଏକ ଆଶ୍ୱସ୍ତି ଆଉ ଖୁସି ଖବର ରହିଛି । ରାଜ୍ୟରେ ଆଜି ଆଉ ୧୨୦ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଗଂଜାମ ଜିଲ୍ଲାରୁ ସର୍ବାଧିକ ୩୩ ଜଣ ସୁସ୍ଥ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ୧୮, ସୋନପୁର ଜିଲ୍ଲାରୁ ୧୩ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ବଲାଙ୍ଗୀର ଓ ଖୋର୍ଦ୍ଧାରୁ ୮ ଜଣ ଲେଖାଏ ସୁସ୍ଥ ହେବା ସହ ମୟୁରଭଂଜ ଜିଲ୍ଲାରୁ ୭ ଜଣ, କଟକରୁ ୪ ଜଣ, ଯାଜପୁର, ନୟାଗଡ ଓ ନୂଆପଡାରୁ ୩ ଜଣ ଲେଖାଏ ସୁସ୍ଥ ହୋଇଛନ୍ତି । ଅନ୍ୟପଟେ, ଢେଙ୍କାନାଳ, ପୁରୀ ଓ ରାୟଗଡାରୁ ୨ ଜଣ ଲେଖାଏ ସୁସ୍ଥ ହୋଇଥିବା ବେଳେ କେନ୍ଦ୍ରାପଡା ଓ କଳାହାଣ୍ଡିରୁ ଜଣେ ଲେଖାଁଏ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ମୋଟ ୨୫୯୪ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିବା ରାଜ୍ୟ ସ୍ୱାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେଁ ସୂଚନା ଦିଆଯାଇଛି ।
ଅନ୍ୟପଟେ ଆଜି ରାଜ୍ୟରେ ସର୍ବାଧିକ ୨୨୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୨୨୫ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ୧୯୬ଜଣ ଚିହ୍ନଟ ହୋଇଥିବାେବେଳ ୨୯ଜଣ ସ୍ଥାନୀୟ ମାମାଲା ବୋଲି ଜଣାପଡ଼ିଛି । ଆଜି ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଆକ୍ରାନ୍ତ କେବେବି ଏତେ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହୋଇ ନଥିଲେ । ଯଦି ଲୋକମାନେ ସଚେତନ ନ ହୁଅନ୍ତି ତେବେ ଆଗକୁ ଆହୁରି ସ୍ଥିତି ଭୟଙ୍କର ହେବ ବୋଲି ଜଣାପଡ଼ୁଛି ।
https://onakhabar.com/2020/06/13/225-corona-positive-identified-in-odisha/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking