34.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୧୨୦ ଜଣ : ସୁସ୍ଥ ସଂଖ୍ୟା ୨୯୭୪କୁ ବୃଦ୍ଧି

ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୧୨୦ ଜଣ : ସୁସ୍ଥ ସଂଖ୍ୟା ୨୯୭୪କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଜି ଆଉ ୧୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଯାଜପୁର ଜିଲ୍ଳାରୁ ସର୍ବାଧିକ ୧୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କଟକରୁ ୧୫ ଜଣ, ମୟୁରଭଞ୍ଜ ଓ ଖୋର୍ଦ୍ଧା ଜିଲ୍ଲାରୁ ୧୧ ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ନୁଆପଡ଼ାରୁ ୮ ଜଣ , ସୁନ୍ଦରଗଡ଼ରୁ ୭ ଜଣ , ଓ କନ୍ଧମାଳ ଜିଲ୍ଲାରୁ ୬ ଜଣ ସୁସ୍ଥ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲା ଓ ନୟାଗଡ଼ ଜିଲ୍ଲାରୁ ୫ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ବାଲେଶ୍ୱର , ଢେଙ୍କାନାଳ , କେନ୍ଦ୍ରାପଡ଼ା ଓ ଝାରସୁଗୁଡ଼ାରୁ ୪ ଜଣ ଲେଖାଏଁ ଆକ୍ରନ୍ତ ସୁସ୍ଥ ହୋଇଛନ୍ତି । ସେହିପରି କେନ୍ଦୁଝର , ଗଞ୍ଜାମ ଓ ପୁରୀରୁ ୩ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନୁଗୁଳ , କଳାହାଣ୍ଡି, କୋରାପୁଟ ରୁ ୨ ଜଣ ଲେଖାଏଁ ଓ ମାଲକାନଗିରି ଜିଲ୍ଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ସୁଦ୍ଧା ରାଜ୍ୟରେ କରୋନାରୁ ମୋଟ ୨୯୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ଦିଆଯାଇଛି ।


ବତ୍ତର୍ମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩କୁ ବୃଦ୍ଧିପାଇଛି । ସେଥିମଧ୍ୟରୁ ୧୧ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୨୯୭୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୧୧୭୮ ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking