ରାଜ୍ୟରେ ଆଉ ୧୩ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ ?

corona outbreak

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୬୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଭୁବନେଶ୍ୱର, କଟକ,ବାଲେଶ୍ୱର, ନୂଆପଡା ଓ ଅନୁଗୁଳରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କେନ୍ଦୁଝର, ଜଗତସିଂହପୁର, ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here