29.1 C
Bhubaneswar
Saturday, April 27, 2024
Homeଓଡିଶା୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଏହାରି ପ୍ରଭାବରେ ଆଜି ଓ କାଲି ପାଇଁ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ସକାଳ ସୁଦ୍ଧା ତେର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ଜିଲ୍ଲାଗୁଡିକ ହେଲା- ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବରଗଡ, ସମ୍ବଲପୁର ଓ ସୁବର୍ଣ୍ଣପୁର। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ତାଜା ଅପଡେଟ ଦିଆଯାଇଛି । ଏସବୁ ଜିଲ୍ଲାରେ ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସେହିପରି କନ୍ଧମାଳ ଜିଲ୍ଲାର ଉପାନ୍ତ ଇଲାକାରେ ପ୍ରବଳ ବର୍ଷାରେ ବେହାଲ ଅବସ୍ଥା। ଜିଲ୍ଲାର କୋଟଗଡ଼ ଓ ଦାରିଙ୍ଗବାଡି ବ୍ଲକର ସୀମାନ୍ତ ଇଲାକାରେ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ରାସ୍ତାଘାଟ ସଂପୂର୍ଣ୍ଣ ଶୋଚନୀୟ ହୋଇପଡିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking