27.8 C
Bhubaneswar
Thursday, April 18, 2024
Homeଓଡିଶାରାଜ୍ୟରେ ପୁଣି ୧୩ ଜୀବନ ନେଲା କରୋନା : ମୃତ୍ୟୁ ସଂଖ୍ୟା ୫୬୯କୁ ବୃଦ୍ଧି

ରାଜ୍ୟରେ ପୁଣି ୧୩ ଜୀବନ ନେଲା କରୋନା : ମୃତ୍ୟୁ ସଂଖ୍ୟା ୫୬୯କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୪୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ପୁରୀରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଗଞ୍ଜାମ, ରାୟଗଡା ଓ ମୟୂରଭଞ୍ଜରେ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ୱର, କଟକ, କନ୍ଧମାଳ ଓ ସୋନପୁରରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୩୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୧୩୬୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୩୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୯୯, ୩୯୮ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩୧,୩୬୨ ଜଣ ଚିକିତ୍ସିତ ଅବସ୍ଥାରେ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking