29.1 C
Bhubaneswar
Saturday, May 4, 2024
Homeଦେଶ ବିଦେଶଟ୍ରକ୍‌-ବସ୍ ମୁହାଁମୁହିଁ ଧକ୍କା: ଚାଲିଗଲା ୧୩ ଜୀବନ,୨୦ରୁ ଅଧିକ ଆହତ

ଟ୍ରକ୍‌-ବସ୍ ମୁହାଁମୁହିଁ ଧକ୍କା: ଚାଲିଗଲା ୧୩ ଜୀବନ,୨୦ରୁ ଅଧିକ ଆହତ

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ବାରାବଙ୍କି ଜିଲ୍ଲାରେ ଆଜି ସକାଳେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଟ୍ରକ୍‌-ବସ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ରୁ ୩୦ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ଆଜି ସକାଳେ ଦେୱା ଥାନା ଅନ୍ତର୍ଗତ ମାତି ରୋଡ୍‌ରେ ଟ୍ରକ୍ ଓ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ବସ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଟ୍ରକ୍ ଓ ବସ୍ ଉଭୟ ଗାଡ଼ିର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି । ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଫେରାର ହୋଇଯାଇଛନ୍ତି । ଟ୍ରକ୍‌ଟି ଦିଲ୍ଲୀରୁ ବହରାଇଚ ଯାଉଥିଲା । ଦୁର୍ଘଟଣାରେ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ରୁ ୩୦ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କୁ ବାରାବଙ୍କି ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ଲକ୍ଷ୍ନୌକୁ ପଠାଯାଇଛି । ଦୁର୍ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଶୋକ ପ୍ରକାଶ କରିଛନ୍ତି । ଏହାସହ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି । ଆହତଙ୍କ ଚିକିତ୍ସା ଲାଗି ସମସ୍ତ ପ୍ରକାରର ସୁବିଧା ସୁଯୋଗ ଯୋଗାଇ ଦେବା ଲାଗି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ପ୍ରତି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରାଯିବା ସହ ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ଦେବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ନିର୍ଦ୍ଦେଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking