29.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗରାଜ୍ୟରେ ଆଉ ୧୩୬ ପଜିଟିଭ୍ ଚିହ୍ନଟ; ସର୍ବାଧିକ ଖୋର୍ଦ୍ଧା, ସଂଖ୍ୟା ଛୁଇଁଲା ୩୩୮୬କୁ

ରାଜ୍ୟରେ ଆଉ ୧୩୬ ପଜିଟିଭ୍ ଚିହ୍ନଟ; ସର୍ବାଧିକ ଖୋର୍ଦ୍ଧା, ସଂଖ୍ୟା ଛୁଇଁଲା ୩୩୮୬କୁ

ଭୁବନେଶ୍ୱର : ରାଜ୍ୟରେ ଆଉ ୧୩୬ଜଣ କେରୋନା ପଜିଟିଭ୍ ଚିହ୍ନଟ । ଏମାନଙ୍କ ମଧ୍ୟରୁ ୧୩୪ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରୁ ଓ ୨ଜଣ ସ୍ଥାନୀୟ ମାମଲା ବୋଲି ଜଣାପଡ଼ିଛି । ଅନ୍ୟପଟେ ଓଡ୍ରାଫ, ଏନ୍‌ଡିଆର୍‌ଏଫ୍ ଓ ଅଗ୍ନିଶମ କର୍ମଚାରୀ ୫୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନେ ସମସ୍ତେ ଅମ୍ପନା ମୁକାବିଲା ପାଇଁ ପଶ୍ଚିମବଙ୍ଗ ଯାଇଥିଲେ । ସେଠାରୁ ଆସି କ୍ୱାରେଣ୍ଟାଇନ୍ କେନ୍ଦ୍ରରେ ଥିଲେ । ଆଜି ଏମାନେ ସମସ୍ତେ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବୋଲି ଜଣାପଡ଼ିଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬କୁ ବୃଦ୍ଧିପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ରାଜ୍ୟରେ ୧୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଖୋର୍ଦ୍ଧାରେ ସର୍ବାଧିକ ୧୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ୧୫, କେନ୍ଦୁଝର ୮, ଝାରସୁଗୁଡ଼ା ୪, ମୟୁରଭଞ୍ଜ ୯, ଢ଼େଙ୍କାନାଳ, ଗଞ୍ଜାମ ଓ ପୁରୀରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକ ଓ ଗଜପତିରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆପଡ଼ା ଓ କଳାହାଣ୍ଡିରୁ ୨ଜଣ, ସେହିପରି କେନ୍ଦ୍ରାପଡ଼ା, ସମ୍ବଲପୁରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬କୁ ବୃଦ୍ଧିପାଇଛି । ସେଥିମଧ୍ୟରୁ ୯ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୨୨୮୨ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ୧୦୯୨ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking