ରାଜ୍ୟରେ ଆଉ ୧୩୮୯ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୩୮୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୩୮୯ ଆକ୍ରାନ୍ତଙ୍କ ମଧ୍ୟରୁ ୭୯୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୯୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୩,୨୧୪ରେ ପହଞ୍ଚିଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୪୨ ପଜିଟିଭ ଚିହ୍ନଟ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here