30.1 C
Bhubaneswar
Wednesday, April 24, 2024
Homeଓଡିଶାଆଜି ରାଜ୍ୟରେ ଆଉ ୧୪ଜୀବନ ନେଲା କରୋନା, ସର୍ବାଧିକ ଭୁବନେଶ୍ୱର

ଆଜି ରାଜ୍ୟରେ ଆଉ ୧୪ଜୀବନ ନେଲା କରୋନା, ସର୍ବାଧିକ ଭୁବନେଶ୍ୱର

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୨୦୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଭୁବନେଶ୍ୱରରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କଟକ ଓ ଜଗତସିଂହପୁରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ମୟୁରଭଞ୍ଜ, ଢେଙ୍କାନାଳ, ପୁରୀ, କନ୍ଧମାଳ, ବଲାଙ୍ଗୀର ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking