30.1 C
Bhubaneswar
Friday, April 26, 2024
Homeଓଡିଶାରାଜ୍ୟରେ ଆଉ ୧୪ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୩୯୧କୁ ଛୁଇଁଲା

ରାଜ୍ୟରେ ଆଉ ୧୪ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୩୯୧କୁ ଛୁଇଁଲା

ଭୁବନେଶ୍ୱର : ରାଜ୍ୟରେ ଆଜି ସକାଳେ ପୁଣି ୧୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଗଞ୍ଜାମରୁ ୧୨ଜଣ, ସୁନ୍ଦରଗଡ଼ରୁ ଜଣେ ଓ କେନ୍ଦ୍ରାପଡ଼ାରୁ ଜଣେ ବୋଲି ଜଣାପଡ଼ିଛି । ଗଞ୍ଜାମରୁ ଆଜିର ୧୨ଜଣ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୭କୁ ବୃଦ୍ଧି ପାଇଛି, ସେଥିମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ସୁନ୍ଦରଗଡ଼ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୬ଜଣ ସୁସ୍ଥ ହୋଇଛନ୍ତି ଓ ୮ଜଣ ଚିକିତ୍ସିତ ହେଉଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ଛୁଇଁଛି । ସେଥିମଧ୍ୟରୁ ୨ଜଣ ସୁସ୍ଥ ହୋଇଛନ୍ତି ଓ ଅନ୍ୟ ୭ଜଣ ଚିକିତ୍ସିତ ହେଉଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୧ କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ସୂଚନା ଯୋଗ୍ୟ, ଗତକାଲି ଗୋଟିଏ ଦିନରେ ରାଜ୍ୟରେ ୮୩ଜଣ କରୋନା ରୋଗୀ ଚିହ୍ନଟ ହୋଇଥିଲେ । ବାହର ରାଜ୍ୟରୁ ଫେରୁଥିବା ପ୍ରବାସୀମାନଙ୍କ ପାଇଁ ଏବେ ରାଜ୍ୟରେ ସ୍ଥିତି ଅଣାୟତ ଅଛି । ଅମାନିଆ ପ୍ରବାସୀ କେତେକ ନମାନି ଲୁଚି କେଉଁଆଡ଼େ ପଳାଉଛନ୍ତି । କ୍ୱାରେଣ୍ଟାଇନ୍‌୍ କେନ୍ଦ୍ରରେ ରହୁନାହାଁନ୍ତି ।
ରାଜ୍ୟରେ ସୁସ୍ଥ ହୋଇଛନ୍ତି ୬୮ଜଣ । ୩ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୩୨୦ଜଣ ଚିକିତ୍ସିତ ହେଉଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking