35.1 C
Bhubaneswar
Tuesday, April 23, 2024
Homeଓଡିଶାଆଜି ରାଜ୍ୟରୁ ୧୪ ଜୀବନ ନେଲା କରୋନା

ଆଜି ରାଜ୍ୟରୁ ୧୪ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୪ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୯୭ କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକ ୩ ଜଣ, ଖୋର୍ଦ୍ଧା, ଯାଜପୁର ଓ କେନ୍ଦ୍ରାପଡ଼ାରୁ ୨ଜଣ ଲେଖାଏ, ବଲାଙ୍ଗିର, ଢେଙ୍କାନାଳ, ଗଜପତି, ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଏବଂ ଭୁବନେଶ୍ୱରରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନ୍ୟପଟେ ରାଜ୍ୟର ଆଜି ୩୦ ଜିଲ୍ଲାରୁ ୩୯୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୩୦୯ ସଙ୍ଗରୋଧ କେନ୍ଦ୍ରରୁ ଓ ୧୬୧୩ ସ୍ଥାନୀୟ ଅଞ୍ଚଳରୁ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୦୯,୩୭୪କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking