30.1 C
Bhubaneswar
Wednesday, April 24, 2024
Homeଓଡିଶାରାଜ୍ୟରେ ୧୪୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା : ଖୋର୍ଦ୍ଧାରୁ ସର୍ବାଧିକ

ରାଜ୍ୟରେ ୧୪୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା : ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୩୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ମୟୁରଭଞ୍ଜ, ସମ୍ବଲପୁର, କଟକ ଓ ବରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ, ପୁରୀ, ବାଲେଶ୍ୱର, କୋରାପୁଟ, କଳାହାଣ୍ଡି, କେନ୍ଦ୍ରାପଡା ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking