34.1 C
Bhubaneswar
Thursday, March 28, 2024
Homeବ୍ରେକୀଙ୍ଗ୧୪ ମନ୍ତ୍ରୀ, ବିଧାୟକଙ୍କୁ କରୋନା

୧୪ ମନ୍ତ୍ରୀ, ବିଧାୟକଙ୍କୁ କରୋନା

ଭୁବନେଶ୍ୱର: ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତକାଲି ୨ ଜଣ ଚିହ୍ନଟ ହୋଇଥିଲେ, ଆଜି ଆଉ ୧୨ ଜଣ ଚିହ୍ନଟ ହୋଇଥିବା ନେଇ ସୂଚନା ମିଳିଛି । ଉପବାଚସ୍ପତି ରଜନୀକାନ୍ତ ସିଂହ, ମନ୍ତ୍ରୀ ସମୀର ଦାସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ମନ୍ତ୍ରୀ ପଦ୍ମିନୀ ଦିଆନ ଓ ଜ୍ୟୋତି ପାଣିଗ୍ରାହୀ ମଧ୍ୟ ପଜିଟିଭ ଚିହ୍ନଟ ହୋଇଛନ୍ତି । ବିଧାୟକ ଅଶୋକ ବଳ, ବିଷ୍ଣୁବ୍ରତ ରାଉତରାୟ, ଭାଗିରଥୀ ସେଠୀ ପଜିଟିଭ ଚିହ୍ନଟ ହୋଇଛନ୍ତି । ସୁଶାନ୍ତ ବେହେରା, ଉମାକାନ୍ତ ସାମନ୍ତରାୟ, ନାଉରୀ ନାଏକ ବି ପଜିଟିଭ ଚିହ୍ନଟ ହୋଇଛନ୍ତି । ପ୍ରଶାନ୍ତ ଜଗଦ୍ଦେବ ଓ ସୁକାନ୍ତ ନାୟକ ମଧ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ୧୨ ଜଣ ମନ୍ତ୍ରୀ, ବିଧାୟକ ପଜିଟିଭ ଚିହ୍ନଟ ନେଇ ବିଶ୍ୱସ୍ତ ସୂତ୍ରରୁ ସୂଚନା ପ୍ରକାଶ ପାଇଛି । ଗତକାଲି ପ୍ରମିଳା ମଲ୍ଲିକ ଓ ଦେବୀ ମିଶ୍ର ପଜିଟିଭ ଚିହ୍ନଟ ହୋଇଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking