28.1 C
Bhubaneswar
Saturday, April 27, 2024
Homeଓଡିଶାରାଜ୍ୟରେ ପୁଣି ୧୪ କରୋନା ରୋଗୀ ଚିହ୍ନଟ, ଗଞ୍ଜାମକୁ ମାଡ଼ିଚାଲିଛି, ସଂଖ୍ୟା ପହଂଚିଲା ୨୮୪

ରାଜ୍ୟରେ ପୁଣି ୧୪ କରୋନା ରୋଗୀ ଚିହ୍ନଟ, ଗଞ୍ଜାମକୁ ମାଡ଼ିଚାଲିଛି, ସଂଖ୍ୟା ପହଂଚିଲା ୨୮୪

ଭୁବନେଶ୍ୱର : ରାଜ୍ୟରେ ଆଜି ସକାଳୁ ଆଉ ୧୪ କରୋନା ରୋଗୀ ଚିହ୍ନଟ ହୋଇଛନ୍ତିି । ସେଥିମଧ୍ୟରୁ ଗଞ୍ଜାମରୁ ୧୨ଜଣ, ଭଦ୍ରକରୁ ୧ ଓ ସୁନ୍ଦରଗଡ଼ରୁ ଜଣେ । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୨୮୪କୁ ବୃଦ୍ଧି ପାଇଛି । ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ଛୁଇଁଛି । ଭଦ୍ରକରେ ୨୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ସେଥିମଧ୍ୟରୁ ୧୨ଜଣ ସୁସ୍ଥ ହୋଇଛନ୍ତି ଓ ଅନ୍ୟ ୧୩ଜଣ ଚିକିତ୍ସିତ ହେଉଛନ୍ତି । ସୁନ୍ଦରଗଡ଼ରେ ୧୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୬ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୭ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ସୂଚନା ଯୋଗ୍ୟ, ଗଞ୍ଜାମରେ କରୋନା ହୁ ହୁ ହୋଇ ବଢ଼ିବାରେ ଲାଗିଛି । ଗତକାଲି ଗଞ୍ଜାମରେ ୪୩ଜଣ କରୋନା ରୋଗୀ ଚିହ୍ନଟ ହୋଇଥିଲେ । ଆଜି ୧୨ଜଣ କେରାନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୨୮୪କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୬୩ଜଣ ସୁସ୍ଥ ହୋଇଛନ୍ତି । ୨ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଅନ୍ୟ ୨୧୯ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ।
https://onakhabar.com/2020/05/08/25-more-corona-positive-identified/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking