30.1 C
Bhubaneswar
Saturday, May 4, 2024
Homeଓଡିଶାରାଜ୍ୟରେ ୧୪ ଜୀବନ ନେଲା କରୋନା

ରାଜ୍ୟରେ ୧୪ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୪୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କେନ୍ଦୁଝର, ମୟୁରଭଞ୍ଜ, ନୂଆପଡା ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଗଞ୍ଜାମ, ସମ୍ବଲପୁର, ବରଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking