40.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରୁ ଆଜି ୧୪୩୪ ପଜେଟିଭ୍ ଚିହ୍ନଟ

ରାଜ୍ୟରୁ ଆଜି ୧୪୩୪ ପଜେଟିଭ୍ ଚିହ୍ନଟ

ଭୁବନେଶ୍ଵର: ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୧୪୩୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୮୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୪୫ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪ ହଜାର ୯୧୩ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଗଞ୍ଜାମରେ ସର୍ବାଧିକ ୩୨୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରେ ୨୧୮, ରାୟଗଡାରୁ ୧୯୭, କଟକରୁ ୧୨୩, ସମ୍ବଲପୁରରୁ ୫୧, ସୁନ୍ଦରଗଡରୁ ୭୬, ଗଜପତିରୁ ୯୧, ଯାଜପୁରରୁ ୫୭, କନ୍ଧମାଳରୁ ୪୪, କେନ୍ଦ୍ରାପଡାରୁ ୨୨, ଭଦ୍ରକରୁ ୨୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking