28.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗଚନ୍ଦ୍ରଭାଗାରେ ୧୪୪ ଧାରା

ଚନ୍ଦ୍ରଭାଗାରେ ୧୪୪ ଧାରା

ଭୁବନେଶ୍ୱର: ଆସନ୍ତା ୧୯ରେ ମାଘ ସପ୍ତମୀ । ବୁଡ଼ ପକାଇବା ପାଇଁ ହେବାକୁ ଥିବା ଗହଳିକୁ ଦୃଷ୍ଟିରେ ରଖି ଚନ୍ଦ୍ରଭାଗାରେ ୧୪୪ ଧାରା ଜାରି କରାଯିବ ବୋଲି ସୂଚନା ମିଳିଛି । ସୂଚନା ମୁତାବକ , ୧୮ ତାରିଖ ଦିନ ୧୧ଟାରୁ ୧୯ ତାରିଖ ଦିନ ୧ଟା ଯାଏଁ ୧୪୪ ଧାରା ଜାରି କରାଯିବ । ସାଧାରଣ ଲୋକଙ୍କୁ ଚନ୍ଦ୍ରଭାଗାରେ ବୁଡ ପକାଇବା ନେଇ ପ୍ରଶାସନ ବାରଣ କରିଛି । ତେବେ ୩ ଠାକୁରଙ୍କ ଶୋଭାଯାତ୍ରା ଓ ମହାସ୍ନାନ ଜାରି ରହିବ ବୋଲି ଉପଜିଲ୍ଲାପାଳ କହିଛନ୍ତି ।

ପଦ୍ମପୁରାଣର ପ୍ରାଚୀ ମାହାତ୍ମ୍ୟରେ ଅର୍କ ତୀର୍ଥର ମାହାତ୍ମ୍ୟ ବର୍ଣ୍ଣନା କରାଯାଇଛି । ସେହି ଅର୍କ ତୀର୍ଥ ପରବର୍ତ୍ତୀ କାଳରେ ‘ ଚନ୍ଦ୍ରଭାଗା ତୀର୍ଥ ’ ନାମରେ ପ୍ରସିଦ୍ଧ ହୋଇଛି । ସ୍ୱର୍ଗର ପୁଣ୍ୟତୋୟା ସରସ୍ୱତୀ ମର୍ତ୍ତ୍ୟଲୋକରେ ପ୍ରାଚୀ ନାମରେ ପ୍ରବାହିତ ହୋଇଥିଲେ । ତା’ପରେ ଏହା ଚିତ୍ରୋତ୍ପଳା, କାଦୁଆ ଓ ଶେଷରେ ଚନ୍ଦ୍ରଭାଗା ନାମରେ କୋଣାର୍କ ନିକଟରେ ସମୁଦ୍ରରେ ପଡ଼ିଥିଲା । ଶାମ୍ବ ଏହି ଚନ୍ଦ୍ରଭାଗା ନଦୀକୂଳରେ ସୂର୍ଯ୍ୟ ଉପାସନା କରି କୁଷ୍ଠରୋଗରୁ ମୁକ୍ତିଲାଭ କରିଥିଲେ । ଏହି ଚନ୍ଦ୍ରଭାଗା ନଦୀରେ ସ୍ନାନ କରୁଥିବା ସମୟରେ ଶାମ୍ବ ସୂର୍ଯ୍ୟଙ୍କର ମଣିବିଗ୍ରହ ପାଇଥିଲେ ଏବଂ ସ୍ୱୟଂ ସୂର୍ଯ୍ୟଦେବ ତାଙ୍କର ସେହି ମୂର୍ତ୍ତିକୁ ଚନ୍ଦ୍ରଭାଗା ନଦୀ ତୀରରେ ମନ୍ଦିର ନିର୍ମାଣ ପାଇଁ ଶାମ୍ବଙ୍କୁ ନିର୍ଦ୍ଦେଶ ଦେଇଥିଲେ । ତେଣୁ ପ୍ରାଚୀନ କାଳରୁ ଚନ୍ଦ୍ରଭାଗା ଏକ ପୂଣ୍ୟତୀର୍ଥ ରୂପେ ଖ୍ୟାତି ଅର୍ଜନ କରିଆସିଛି । ସାରଳା ଦାସଙ୍କ ମହାଭାରତର ବନ ପର୍ବରେ ଅର୍କକ୍ଷେତ୍ର ବିଷୟରେ ଉଲ୍ଲେଖ ଅଛି ଯେ ମକର ମାସ ଅର୍ଥାତ ପବିତ୍ର ମାଘ ସପ୍ତମୀ ତିଥିରେ ସୂର୍ଯ୍ୟଦେବ ‘ ଅର୍କ ’ ନାମକ ଏକ ଦୈତ୍ୟକୁ ପାତାଳକୁ ଚାପି ତୀର୍ଥ ଅର୍କତୀର୍ଥ ସୃଷ୍ଟି କରିଥିବାରୁ ପ୍ରତିବର୍ଷ ମାଘ ଶୁକ୍ଳ ସପ୍ତମୀ ଦିନ ଏହିତୀର୍ଥରେ ପବିତ୍ର ସ୍ନାନ ଉତ୍ସବ ଅନୁଷ୍ଠିତ ହୁଏ । ତେଣୁ ‘ କୋଣାର୍କ ’ ସୂର୍ଯ୍ୟକ୍ଷେତ୍ର ନାମରେ ପ୍ରସିଦ୍ଧି ଲାଭ କରିଛନ୍ତି । ତେଣୁ ଏହିଦିନରେ ସୂର୍ଯ୍ୟପୂଜା କରାଯାଏ । ପଦ୍ମ ପୁରାଣରେ ପ୍ରାଚୀ ମହାତ୍ମ୍ୟରେ ବର୍ଣ୍ଣନା କରାଯାଇଛି ଯେ ସୂର୍ଯ୍ୟଦେବ ନିଜର ପାପ ମୋଚନ ନିମନ୍ତେ ଅର୍କତୀର୍ଥରେ ତପସ୍ୟା କରି ମୁକ୍ତିଲାଭ କରିଥିଲେ । ମହାଦେବ ମଧ୍ୟ ଏଠାରେ ତପସ୍ୟା କରି ବ୍ରହ୍ମାଶିର ଛେଦନ ଜନିତ ପାପରୁ ମୁକ୍ତି ପାଇଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking