ରାଜ୍ୟରେ ଆଉ ୧୫ ଜୀବନ ନେଲା କରୋନା, ସର୍ବାଧିକ ସୁନ୍ଦରଗଡ଼

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୮୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି। ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଗଜପତି, ସୁବର୍ଣ୍ଣପୁର ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, କୋରାପୁଟ, ମୟୁରଭଞ୍ଜ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସୂଚନାଥାଉ କି, ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ ସେଣ୍ଟରରୁ ୫୦୨ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୩୬୬ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂତ୍ରରୁ ଜଣାଯାଇଛି।

LEAVE A REPLY

Please enter your comment!
Please enter your name here