ରାଜ୍ୟରେ ୧୫ ଜୀବନ ନେଲା କରୋନା

Outbreak of coronavirus disease (COVID-19) in Ahmedabad

ଭୁବନେଶ୍ୱର :ରାଜ୍ୟରେ ନୂଆ ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାକୁ ଲାଗିଥିବା ବେଳେ ମୃତ୍ୟୁ ସଂଖ୍ୟା ରେ ହ୍ରାସ ହେଉନାହିଁ । ଆଜି ୨୧୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଭୁବନେଶ୍ୱର, କଟକ, ନବରଙ୍ଗପୁର, ସମ୍ବଲପୁରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଭଦ୍ରକ, ବରଗଡ, ପୁରୀ, ଜଗତସିଂହପୁର, ଝାରସୁଗୁଡା, କେନ୍ଦ୍ରାପଡା ଓ ରାଉରକେଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ରାଜ୍ୟରେ ଏ ପର୍ଯ୍ୟନ୍ତ ୩୯, ୫୯, ୭୧୨ କରୋନା ନମୁନା ପରୀକ୍ଷଣ ହୋଇଛି । ଶୁକ୍ରବାର ସକାଳ ସୁଦ୍ଧା ୨ ଲକ୍ଷ ୬୪ ହଜାର ୧୪୯ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨,୩୮, ୫୩୫ ଜଣ ସୁସ୍ଥ ହୋଇଛନ୍ତି। ୨୪, ୪୫୭ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ୧୧୦୪ ଜଣଙ୍କର ମୃତ୍ୟୁ ହୋଇଛି । ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଜଣାପଡିଛି ।

LEAVE A REPLY

Please enter your comment!
Please enter your name here