29.1 C
Bhubaneswar
Wednesday, May 22, 2024
Homeକରୋନାଆଜି ଦେଶରେ ୧୫୨ ନୂଆ କୋଭିଡ୍‌-୧୯ ସଂକ୍ରମଣ

ଆଜି ଦେଶରେ ୧୫୨ ନୂଆ କୋଭିଡ୍‌-୧୯ ସଂକ୍ରମଣ

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ୨୦୦ରୁ ବହୁତ ତଳେ ଥିବା ବ‌େଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି କିଛି ହ୍ରାସ ପାଇ ୪ ହଜାର ତଳେ ରହିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୫୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୫,୨୪୭ରେ ପହଞ୍ଚିଛି।ଗତ ୨୪ ଘଣ୍ଟା ତଥା କ୍ରମାଗତ ୩ ଦିନ ହେବ କାହାରି ମୃତ୍ୟୁ ରେକର୍ଡ କରାଯାଇ ନ ଥିବାରୁ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ପୂର୍ବପରି ୫,୩୦,୬୫୮ ରହିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୦,୭୪୩। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୮୪୬ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୯୮,୨୩,୪୨୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୨୦,୨୩୮ଟି ନମୁନା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking