ରାଜ୍ୟରେ ଆଜି ୧୬ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର : ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୫୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧ ହଜାରକୁ ବୃଦ୍ଧି ପାଇଛି । କରୋନା ମୃତ୍ୟୁ ସଂଖ୍ୟା ୧୦୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫ ଓ ବାଲେଶ୍ୱରରୁ ୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଢେଙ୍କାନାଳରୁ ୨, ଗଜପତି, କଳାହାଣ୍ଡି, କେନ୍ଦ୍ରାପଡା, କୋରାପୁଟ, ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here