33.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗରାଜ୍ୟରେ କମୁନି ମୃତ୍ୟୁ ସଂଖ୍ୟା, ଆଜି ଆଉ ୧୬ ଜୀବନ ନେଲା କରୋନା

ରାଜ୍ୟରେ କମୁନି ମୃତ୍ୟୁ ସଂଖ୍ୟା, ଆଜି ଆଉ ୧୬ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୭୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବରଗଡ଼ରୁ ୩, ଝାରସୁଗୁଡ଼ାରୁ ୨ ଜଣ , ଭୁବନେଶ୍ୱର, ଦେଓଗଡ଼, ମୟୁରଭଞ୍ଜ, ସମ୍ବଲପୁର ନୟାଗଡ଼, ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ସେହିପରି ଆଜି ୨୪ ଘଣ୍ଟା ମଧ୍ୟରେ ମୋଟ ୭୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪୩୭ ଜଣ କ୍ୱାରେନଟାଇନରୁ ଓ ୩୧୨ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଖୋର୍ଦ୍ଧାରେ ସର୍ବାଧିକ ୮୮ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ନେଇ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦୯୪୦୮ରେ ପହଞ୍ଚିଥିବା ବେଳେ ସୁସ୍ଥ ହୋଇଛନ୍ତି ୨୯୭୮୬୨ ଜଣ । ତେବେ ୯୯୫୦ଜଣ ଏବେ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂମ୍ପର୍କ ବିଭାଗ ପକ୍ଷରୂ ସୂଚନା ଦିଆହେଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking