29.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗରାଜ୍ୟରେ ଆଉ ୧୬ ଜୀବନ ନେଲା କରୋନା, ସର୍ବାଧିକ ସୁନ୍ଦରଗଡ଼

ରାଜ୍ୟରେ ଆଉ ୧୬ ଜୀବନ ନେଲା କରୋନା, ସର୍ବାଧିକ ସୁନ୍ଦରଗଡ଼

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୭୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ପୁରୀରୁ ୩, ଅନୁଗୁଳ, ଭୁବନେଶ୍ୱର, କଟକ, ବରଗଡ଼, ଭଦ୍ରକ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking