ରାଜ୍ୟରେ ଆଉ ୧୬ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଖି ବୁଜିଲେ ୧୬ କରୋନା ରୋଗୀ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ବାଲେଶ୍ୱର ଜିଲ୍ଲାରୁ ସର୍ବାଧିକ ୪ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିବାବେଳେ କଟକରୁ ୨ ଜଣ ଆଖି ବୁଜିଛନ୍ତି । ସେହିପରି ଖୋର୍ଦ୍ଧାରୁ ୨ ଜଣ ଓ ଭୁବନେଶ୍ୱରରୁ ଜଣେ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନା ମୃତ୍ୟୁ ସଂଖ୍ୟା ରାଜ୍ୟରେ ୯୪୦ ଛୁଇଁଛି।

LEAVE A REPLY

Please enter your comment!
Please enter your name here