27.1 C
Bhubaneswar
Friday, March 29, 2024
Homeଓଡିଶା୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ଏବେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି । ବିହାର ଓ ଛତିଶଗଡ ଉପରେ ସୃଷ୍ଟ ଟ୍ରପ ଲାଇନ ଯୋଗୁଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ସନ୍ଧ୍ୟାରୁ ଆରମ୍ଭ କରି ଆସନ୍ତା କାଲି ସକାଳ ୮ଟା ୩୦ ମିନିଟ ପର୍ଯ୍ୟନ୍ତ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲାଗୁଡିକ ହେଲା କୋରାପୁଟ, ନବରଂଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ସୁବର୍ଣ୍ଣପୁର, ବରଗଡ, ଅନୁଗୁଳ, ଦେବଗଡ, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜ ଜିଲ୍ଲା । ବାଲେଶ୍ୱର, ଢେଙ୍କନାଳ ଓ କଟକ ଜିଲ୍ଲାରେ ବଜ୍ରପାତ ସହ ଝଡବର୍ଷାର ଆଶଙ୍କା ରହିଥିବା ସୂଚନା ମିଳିଛି । ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ମଧ୍ୟ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଏହି ୬ଟି ଜିଲ୍ଲା ଗୁଡିକ ହେଲା କଳାହାଣ୍ଡି, ବରଗଡ, ସୁବର୍ଣ୍ଣପୁର, ଦେବଗଡ, ମୟୁରଭଂଜ ଓ ବଲାଙ୍ଗୀର ଜିଲ୍ଲା । ଏହା ସହ ଉକ୍ତ ଜିଲ୍ଲାରେ ପ୍ରବଳ ବର୍ଷା ସହ ୪୦ ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଥିବା ପାଣିପାଗ ବିଭାଗ କହିଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking