ରାଜ୍ୟରେ ଆଜି ୧୬୩୩ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୬୩୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୫୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୭୮ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୧,୨୧୫କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୫୮ , କଟକରୁ ୧୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here