37.1 C
Bhubaneswar
Thursday, March 28, 2024
Homeବ୍ରେକୀଙ୍ଗରାଜ୍ୟରେ ଆଉ ୧୭ ଜୀବନ ନେଲା କରୋନା : ସର୍ବାଧିକ ସୁନ୍ଦରଗଡ଼

ରାଜ୍ୟରେ ଆଉ ୧୭ ଜୀବନ ନେଲା କରୋନା : ସର୍ବାଧିକ ସୁନ୍ଦରଗଡ଼

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୬୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି। ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫୬୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ସମ୍ବଲପୁରରୁ ୩,ସୁବର୍ଣ୍ଣପୁର ଓ ଜଗତସିଂହପୁରରୁ ୨ ଜଣ ଲେଖାଏଁ, ବରଗଡ଼, ଭଦ୍ରକ, ଭୁବନେଶ୍ୱର, କଟକ, ଗଞ୍ଜାମ, ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଅନ୍ୟପଟେ, ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୬୪୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୭୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୭୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୦,୦୫୨କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking