31.1 C
Bhubaneswar
Saturday, April 20, 2024
Homeବ୍ରେକୀଙ୍ଗରାଜ୍ୟରେ ଆଉ ୧୭ ଜୀବନ ନେଲା କରୋନା, ସର୍ବାଧିକ ସୁନ୍ଦରଗଡ଼

ରାଜ୍ୟରେ ଆଉ ୧୭ ଜୀବନ ନେଲା କରୋନା, ସର୍ବାଧିକ ସୁନ୍ଦରଗଡ଼

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୭୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ଜିଲ୍ଲାରୁ ସର୍ବାଧିକ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କେନ୍ଦୁଝରରୁ ୩ ଜଣ, ଗଞ୍ଜାମ ଓ କଟକରୁ ୨ ଜଣ ଲେଖାଏଁ, ଭୁବନେଶ୍ୱର, ଦେଓଗଡ଼,ଜଗତସିଂହପୁର, ମୟୁରଭଞ୍ଜ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking