32.1 C
Bhubaneswar
Thursday, March 28, 2024
Homeଓଡିଶାରାଜ୍ୟରେ ୧୭ ଜୀବନ ନେଲା କରୋନା

ରାଜ୍ୟରେ ୧୭ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୯୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୫୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଭୁବନେଶ୍ୱର ଓ କଟକରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ବଲାଙ୍ଗୀର, ସୁବର୍ଣ୍ଣପୁର, ଝାରସୁଗୁଡାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଜଗତସିଂହପୁର, ବୌଦ୍ଧ, ବରଗଡ, ମୟୂରଭଞ୍ଜ, ନୂଆପଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking