29.1 C
Bhubaneswar
Saturday, April 20, 2024
Homeକରୋନାଦେଶରେ ୧୭ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା : ୨୪ ଘଣ୍ଟାରେ ୫୪,୭୩୬ ଆକ୍ରାନ୍ତ ଚିହ୍ନଟ,...

ଦେଶରେ ୧୭ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା : ୨୪ ଘଣ୍ଟାରେ ୫୪,୭୩୬ ଆକ୍ରାନ୍ତ ଚିହ୍ନଟ, ୮୫୩ ମୃତ

ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ରେକର୍ଡ ପରେ ରେକର୍ଡ ଭାଙ୍ଗୁଛି ସଂକ୍ରମିତଙ୍କ ସଂଖ୍ୟା । ଏହାରି ମଧ୍ୟରେ ଦେଶରେ ୧୭ ଲକ୍ଷ ଅତିକ୍ରମ କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।  ଦେଶରେ  ଗତ ୨୪ ଘଣ୍ଟାରେ ୫୪ ହଜାର ପାର୍‌ କରିଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି୫୪ ହଜାର ୭୩୬ ଜଣ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭ ଲକ୍ଷ ୫୦ ହଜାର ୭୨୪ ରେ ପହଞ୍ଚିଛି । ଦେଶରେ ସଂକ୍ରମିତଙ୍କ ସଂଖ୍ୟା ସହ ମୃତ୍ୟୁ ସଂଖ୍ୟାବି ବୃଦ୍ଧି ପାଇବାରେ ଲାଗିଛି । ୩୭ ହଜାର ଟପିଛି ଦେଶରେ କରୋନା ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟାରେ ପୁଣି ୮୫୩ ଜଣଙ୍କର ମୃତ୍ୟୁ ହୋଇଛି । ମୋଟ୍ ମୃତ୍ୟୁ ସଂଖ୍ୟା ୩୭ ହଜାର ୩୬୪ ରେ ପହଞ୍ଚିଛି ।
ସୂଚନାଯୋଗ୍ୟ, ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୧୭ ଲକ୍ଷ ୫୦ ହଜାର ୭୨୪ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୧୧ ଲକ୍ଷ ୪୫ ହଜାର ୬୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭ ହଜାର ୩୬୪ ଜଣ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି, ସେହିପରି ବର୍ତ୍ତମାନ ସୁଦ୍ଧା ୫ ଲକ୍ଷ ୬୭ ହଜାର ୭୩୦ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking