32.1 C
Bhubaneswar
Friday, April 26, 2024
Homeଓଡିଶାରାଜ୍ୟରେ ୧୭ ଜୀବନ ନେଲା କରୋନା

ରାଜ୍ୟରେ ୧୭ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୨୧୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୨୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫ ଜଣଙ୍କର ମୃତ୍ୟୁ ହୋଇଛି, ସେମାନଙ୍କ ମଧ୍ୟରୁ ୪ ଜଣ ଭୁବନେଶ୍ୱରର ଥିବା ଜଣାପଡିଛି । କଟକ ୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଅନୁଗୁଳ, ବାଲେଶ୍ୱର, ଜଗତସିଂହପୁର, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ, ପୁରୀ, ରାଉରକେଲା ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୬୩୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୩୭୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୪୧୩୮୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୦୦୧୦୬୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking