ରାଜ୍ୟରେ ସର୍ବାଧିକ ୧୭୩କରୋନା ପଜିଟିଭ୍ ଚିହ୍ନଟ, ସଂଖ୍ୟା ଛୁଇଁଲା ୨୭୮୧କୁ

ଭୁବନେଶ୍ୱର : ରାଜ୍ୟରେ ଆଜି ସକାଳେ ସର୍ବାଧିକ ୧୭୩ଜଣ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୫୦ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରେ ଥିଲେ ଓ ଅନ୍ୟ ୨୩ଜଣ ଲୋକାଲ ସ୍ଥାନୀୟ ଆକ୍ରାନ୍ତ ବୋଲି ଜଣାପଡ଼ିଛି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧କୁ ବୃଦ୍ଧି ପାଇଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ଚିହ୍ନଟ ହୋଇଥିବା ୧୭୩ଜଣ ଆକ୍ରାନ୍ତ ୧୪ଟି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୬୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକ ଓ ମୟୁରଭଞ୍ଜରୁ ୧୩ଜଣ, ବାଲେଶ୍ୱର ଓ ବଲାଙ୍ଗୀରରୁ ୧୧ଜଣ, ଯାଜପୁରରୁ ୧୯ଜଣ, ଗଜପତିରୁ ୧୦, ଖୋର୍ଦ୍ଧାରୁ ୯ଜଣ , ନୂଆପଡ଼ାରୁ ୮, ନୟାଗଡ଼ରୁ ୭, ଭଦ୍ରକରୁ ୪, କଳାହାଣ୍ଡିରୁ ୨, ପୁରୀ ଓ ଝାରସୁଗୁଡ଼ାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି ।
ସୂଚନାଯୋଗ୍ୟ, ଗଞ୍ଜାମରେ ଆଜିର ୬୪ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୯୭କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୩ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୩୮୯ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ୨୦୫ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ।
କଟକରେ ଆଜିର ୧୩ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୭କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ଜଣେ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୮୦ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ୮୬ଜଣ ଚିକିତ୍ସିତ ହେଉଛନ୍ତି । ସେହିପରି ମୟୁରଭଞ୍ଜରେ ଆଜିର ୧୩ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୦କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୧୫ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ୫୫ଜଣ ଚିକିତ୍ସିତ ହେଉଛନ୍ତି ।
ବାଲେଶ୍ୱରରେ ଆଜିର ୧୧ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯୦କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୧୩୭ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ୫୨ଜଣ ଚକିତ୍ସିତ ହେଉଛନ୍ତି । ସେହିପରି ବଲାଙ୍ଗୀରରେ ଆଜିର ୧୧ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୬କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୩୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ୭୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ।
ଯାଜପୁରରେ ଆଜିର ୧୯ଜରଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୧୨କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୨୪୨ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ୭୦ଜଣ ଚିକିତ୍ସିତ ହେଉଛନ୍ତି ।
ଗଜପତିରୁ ଆଜିର ୧୦ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୧କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୧୦ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।ଅନ୍ୟ ୫୧ଜଣ ଚିକିତ୍ସିତ ହେଉଛନ୍ତି ।
ଖୋର୍ଦ୍ଧାରେ ଆଜିର ୯ଜଣଙ୍କୁ  ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୨୬କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୪ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ୮୭ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ୧୩୪ଜଣ ଚିକିତ୍ସିତ ହେଉଛନ୍ତି ।

ନୂଆପଡ଼ାରେ ଆଜିର ୮ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୮କୁ ବୃଦ୍ଧିପାଇଛି । ସେଥିମଧ୍ୟରୁ ୧୪ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନ୍ୟ ୫୪ଜଣ ଚିକିତ୍ସିତ ହେଉଛନ୍ତି । ସେହିପରି ନୟାଗଡ଼ରୁ ଆଜିର ୭ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୪୮ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୩୫ଜଣ ଚକିତ୍ସିତ ହେଉଛନ୍ତି ।
ଭଦ୍ରକରୁ ଆଜିର ୪ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୦କୁ ବୃଦ୍ଧିପାଇଛି । ସେଥିମଧ୍ୟରୁ ୧୦୬ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ୩୪ଜଣ ଚକିତ୍ସିତ ହେଉଛନ୍ତି । ସେହିପରି କଳାହାଣ୍ଡିରୁ ଆଜିର ୨ଜରଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭କୁ ବୃଦ୍ଧିପାଇଛି । ସେଥିମଧ୍ୟରୁ ୧୫ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୧୨ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ।
ପୁରୀରୁ ଆଜିର ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦କୁ ଛୁଇଁଛି । ସେଥିମଧ୍ୟରୁ ୮୧ଜଣ ଆକଗ୍ନ୍ ସୁସ୍ଥ ହୋଇଛନ୍ତି । ଅନ୍ୟ ୧୯ଜଣ ଚକିତ୍ସିତ ହେଉଛନ୍ତି । ସେହିପରି ଝାରସୁଗୁଡ଼ାରୁ ଆଜିର ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧିପାଇଛି । ସେଥିମଧ୍ୟରୁ ୬ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୨ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ।
ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଖ୍ୟା ୨୭୮୧କୁ ବୃଦ୍ଧିପାଇଛି । ସେଥିମଧ୍ୟରୁ ୮ଜଣ ସଂକ୍ରମିତଙ୍କର ମୃତ୍ୟୁଘଟିଛି । ୧୬୦୪ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୧୧୬୭ଜଣ ଆକ୍ରାନ୍ତ ର।।ଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ।