28.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗରାଜ୍ୟରେ ଆଉ ୧୭୫ ପଜିଟିଭ୍ ଚିହ୍ନଟ; ସର୍ବାଧିକ ଗଜପତି, ସଂଖ୍ୟା ଛୁଇଁଲା ୪୩୩୮କୁ

ରାଜ୍ୟରେ ଆଉ ୧୭୫ ପଜିଟିଭ୍ ଚିହ୍ନଟ; ସର୍ବାଧିକ ଗଜପତି, ସଂଖ୍ୟା ଛୁଇଁଲା ୪୩୩୮କୁ

ଭୁବନେଶ୍ୱର : ରାଜ୍ୟରେ ଆଉ ୧୭୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮କୁ ବୃଦ୍ଧିପାଇଛି । ଚିହ୍ନଟ ହୋଇଥିବା ୧୭୫ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ୧୪୫ଜଣ ଆକ୍ରୋନ୍ତ ଚିହ୍ନଟ ହୋଇଥିବାେବେଳ ୩୦ଜଣ ସ୍ଥାନୀୟ ମାମଲା ବୋଲି ଜଣାପଡ଼ିଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ୨୧ଜଣ ଅଗ୍ନିଶମ କର୍ମଚାରୀ କରୋନା ସଂକ୍ରମଣରେ ସଂକ୍ରମିତ ହୋଇଛନ୍ତି ବୋଲି ଜଣାପଡ଼ିଛି । ସେ ନିକଟରେ ଅମ୍ପନ ମୁକାବିଲା ପାଇଁ ପଶ୍ଚିମବଙ୍ଗ ଯାଇ ଫେରିଥିଲେ ।
ସୂଚନାଯୋଗ୍ୟ, ଆଜି ୧୫ଟି ଜିଲ୍ଲାରୁ ୧୭୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସର୍ବାଧିକ ଗଜପତିରୁ ୫୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୨୫ଜଣ ଆକ୍ରାନ୍ତ, ପୁରୀରୁ ୧୮, ବରଗଡ଼ରୁ ୧୧, ଜଗତସିଂହପୁର ଓ କନ୍ଧମାଳରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱରୁ ୬ଜଣ, ମୟୁରଭଞ୍ଜ ଓ ସୁନ୍ଦରଗଡ଼ରୁ ୫ଜଣ, ନୂଆପଡ଼। ୪ଜଣ, କଟକ ଓ ବଲାଙ୍ଗୀରରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଓ ଗଞ୍ଜାମରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତାମନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮କୁ ବୃଦ୍ଧିପାଇଛି । ସେଥିମଧ୍ୟରୁ ୧୧ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୨୯୭୪ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୧୩୫୦ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking