ରାଜ୍ୟରେ ୧୮ ଜୀବନ ନେଲା କରୋନା

corona death in state

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୭୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୮ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଅନୁଗୁଳ ଓ ଗଜପତିରୁ ୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ୱର , ଯାଜପୁର ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଭଦ୍ରକ, ଢେଙ୍କାନାଳ, ମାଲକାନଗିରି, ନବରଙ୍ଗପୁର, ପୁରୀ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ରାଜ୍ୟରେ ଏ ପର୍ଯ୍ୟନ୍ତ ୪୨, ୪୦, ୨୪୧ କରୋନା ନମୁନା ପରୀକ୍ଷଣ ହୋଇଛି । ଶୁକ୍ରବାର ସକାଳ ସୁଦ୍ଧା ୨ ଲକ୍ଷ ୭୭ ହଜାର ୮୮୭ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨,୫୭, ୦୪୧ ଜଣ ସୁସ୍ଥ ହୋଇଛନ୍ତି । ୧୯, ୫୭୯ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ୧୨୧୪ ଜଣଙ୍କର ମୃତ୍ୟୁ ହୋଇଛି ।ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି ।

LEAVE A REPLY

Please enter your comment!
Please enter your name here