ଭୁବନେଶ୍ୱର : ରାଜ୍ୟରେ ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ଗତ କିଛି ଦିନ ଧରି ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୫୯୪କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୫ ଜଣ, ଗଞ୍ଜାମରୁ ୩ ଜଣ, ଅନୁଗୁଳ ଓ ନବରଙ୍ଗପୁରରୁ ୨ ଜଣ ଲେଖାଏଁ, ଭଦ୍ରକ, କଟକ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ପୁରୀ ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।