39.4 C
Bhubaneswar
Thursday, April 18, 2024
Homeଓଡିଶାକଟକରେ ଆଉ ୧୯ ପଜେଟିଭ

କଟକରେ ଆଉ ୧୯ ପଜେଟିଭ

ଭୁବନେଶ୍ୱର: କଟକ ସହରରେ ଆଜି ଆଉ ୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୫ ଜଣ ସରକାରୀ କ୍ୱାରେଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ଜଣେ ପେଡ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଛନ୍ତି । ୧୩ ଜଣ ହୋମ୍ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ନେଇ ଟ୍ୱିଟ ଯୋଗେଁ ସୂଚନା ପ୍ରଦାନ କରିଛି ସିଏମସି । ପୁରୁଣା ରାଉସାପାଟଣା କଣ୍ଟେନମେଣ୍ଟ ଜୋନରୁ ଆଉ ୧୧ ଜଣ ଚିହ୍ନଟ ହୋଇଛନ୍ତି । ଚାନ୍ଦିନୀଚୌକ ଷ୍ଟୋନୀ ରୋଡରୁ ଜଣେ ଏବଂ ବରହମପୁରିଆ ସାହିରୁ ଜଣେ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ଆଜି ୪୯୪କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ହଜାର ୩୯୨କୁ ବୃଦ୍ଧିପାଇଛି । ଚିହ୍ନଟ ହୋଇଥିବା ୪୯୪ଆକ୍ରାନ୍ତଙ୍କ ମଧ୍ୟରୁ ୩୨୨ଜଣ ଆକ୍ରାନ୍ତ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ଚିହ୍ନଟ ହୋଇଥିବାେବେଳ ୧୭୨ଜଣ ଆକ୍ରାନ୍ତ ସ୍ଥାନୀୟ ମାମଲା ବୋଲି ଜଣାପଡ଼ିଛି ।
ସୂଚନାଯୋଗ୍ୟ, ଆଜି ୨୩ଟି ଜିଲ୍ଲାରୁ ୪୯୪ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୬୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୩୮ଚିହ୍ନଟ ହୋଇଥିବାବେଳ ଯାଜପୁରରୁ ୧୫, ବାଲେଶ୍ୱରରୁ ୨୧, ନୟାଗଡ଼ରୁ ୧୬, କେନ୍ଦ୍ରାପଡ଼ାରୁ ୧୧, ଖୋର୍ଦ୍ଧାରୁ ୬୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ମୟୁରଭଞ୍ଜରୁ ୧୪, ସୁନ୍ଦରଗଡ଼ ଓ କେନ୍ଦୁଝରରୁ ୧୦, ଭଦ୍ରକରୁ ୭ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ସେହିପରି କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ସମ୍ବଲପୁରୁ ୪ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ନୂଆପଡ଼ାରୁ ୯, ପୁରୀରୁ ୭ଜଣ, ବଲାଙ୍ଗୀରରୁ ୩ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଓ କଳାହାଣ୍ଡିରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳ, ଜଗତସିଂହପୁର, ଓ ରାୟଗଡ଼ାରେ ଜଣେ ଲେଖାଏ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking