ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୧୯୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୩୮ ଓ ସ୍ଥାନୀୟ ଅଞ୍ଚଳରୁ ୫୨ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୦୩ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ୨୭୪ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ୧୯୦ ବିଏମ୍ସି ଅଞ୍ଚଳରୁ ଅଛନ୍ତି। ସେମାନଙ୍କ ମଧ୍ୟରେ କପିଳେଶ୍ୱର କଞ୍ଚସାହିରୁ ୨୧, ବରମୁଣ୍ଡା ବେହେରାସାହିରୁ ୭, ବମିଖାଲ ଅଞ୍ଚଳରୁ ୬, କପିଳେଶ୍ୱର ତଳସାହିରୁ ୩, କଟକ ରୋଡ଼ ଷ୍ଟେସନ ଛକ ଅଞ୍ଚଳରୁ ୩, ଚନ୍ଦ୍ରଶେଖରପୁର ବିଡିଏ କଲୋନୀରୁ ୩, ନ୍ୟୁ ଫରେଷ୍ଟ ପାର୍କ ଅଞ୍ଚଳରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୧୦୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।
ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୭୬୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୩୬୦ଜଣ ସୁସ୍ଥ ହୋଇଛନ୍ତି ଓ ୧୮ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୩୮୩ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।