ରାଜ୍ୟରେ ଆଜି ୧୯୦୪ କରୋନା ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୯୦୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୧୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୭୮୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୭୨,୨୫୦କୁ ବୃଦ୍ଧିପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୨୨୧ ଚିହ୍ନଟ ହୋଇଥିବାବେଳେ କଟକ ୧୦୧, କେନ୍ଦ୍ରାପଡା ୧୦୬, ନୂଆପଡା ୧୨୮ ଓ ସୁନ୍ଦରଗଡରେ ୧୦୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here