29.1 C
Bhubaneswar
Friday, April 26, 2024
Homeଓଡିଶାଆଜି ସର୍ବାଧିକ ୧୯୨୭ ଆକ୍ରାନ୍ତ ସୁସ୍ଥ

ଆଜି ସର୍ବାଧିକ ୧୯୨୭ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୯୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୫୦, ୫୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗଞ୍ଜାମରୁ ୧୯୦ ଜଣ, ନୟାଗଡ଼ରୁ ୧୫୧, ରାୟଗଡ଼ାରୁ ୧୪୬, ସୁନ୍ଦରଗଡ଼ରୁ ୧୦୮,କନ୍ଧମାଳରୁ ୧୦୧, ଢେଙ୍କାନାଳରୁ ୯୫ ଜଣ ସୁସ୍ଥ ହୋଇଛନ୍ତି ।
ସେହିପରି ମୟୁରଭଞ୍ଜରୁ ୮୮, କୋରାପୁଟରୁ ୮୬, କଟକରୁ ୭୮, ପୁରୀରୁ ୭୭,ବଲାଙ୍ଗୀରରୁ ୭୫, ଯାଜପୁରରୁ ୭୪, ବାଲେଶ୍ବରରୁ ୭୦, ମାଲକାନଗିରିରୁ ୪୩, ନବରଙ୍ଗପୁରରୁ ୪୦, ଗଜପତିରୁ ୩୪, ଜଗତସିଂହପୁରରୁ ୩୦,ଭଦ୍ରକରୁ ୨୮, ନୂଆପଡ଼ାରୁ ୨୭, କଳାହାଣ୍ଡିରୁ ୨୧, ସମ୍ବଲପୁରରୁ ୨୧, କେନ୍ଦ୍ରାପଡ଼ାରୁ ୧୯, କେନ୍ଦୁଝରରୁ ୧୮, ଦେବଗଡ଼ରୁ ୧୭, ଝାରସୁଗୁଡ଼ାରୁ ୧୩, ବରଗଡ଼ରୁ ୧୨, ବୌଦ୍ଧରୁ ୮, ସୋନପୁରରୁ ୬ ଓ ଅନୁଗୁଳରୁ ୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ୧୯୨୭କୁ ମିଶଇ ଓଡ଼ିଶାରେ ମୋଟ ସୁସ୍ଥ ସଂଖ୍ୟା ୫୦,୫୦୩ରେ ପହଞ୍ଚିଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking