38.1 C
Bhubaneswar
Tuesday, April 23, 2024
Homeଓଡିଶା୮ ତାରିଖ ଅପରାହ୍ନ ୪ଟାରେ ପ୍ରକାଶ ପାଇବ +୨ କଳା ରେଜଲ୍ଟ

୮ ତାରିଖ ଅପରାହ୍ନ ୪ଟାରେ ପ୍ରକାଶ ପାଇବ +୨ କଳା ରେଜଲ୍ଟ

ଭୁବନେଶ୍ୱର: +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ବାହାରି ସାରିଥିବା ବେଳେ ଏବେ କଳା ଫଳାଫଳକୁ ଚାହିଁବସିଛନ୍ତି ଛାତ୍ରଛାତ୍ରୀ । ଏହାରି ମଧ୍ୟରେ ରେଜଲ୍ଟ ପ୍ରକାଶ ପାଇବାର ତାରିଖ ଘୋଷଣା ହୋଇଛି । ଚଳିତ ମାସ ୮ ତାରିଖ ଅପରାହ୍ନ ୪ଟାରେ ଯୁକ୍ତ ୨ କଳା ରେଜଲ୍ଟ ପ୍ରକାଶ ପାଇବ ।

ତେବେ ଯୁକ୍ତ ୨ କଳା ସହ ଧନ୍ଦାମୂଳକ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳରେ ରେଜଲ୍ଟ ପ୍ରକାଶ ପାଇବ । www.orissaresults.nic.in ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ । ରେଜଲ୍ଟ ଘୋଷଣା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି ।

ସୂଚନା ଯୋଗ୍ୟ ଯେ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ଗତ ୨୭ ତାରିଖ ଦିନ ଯୁକ୍ତଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ ପ୍ରକାଶ ପାଇଥିଲା । ଗଣଶିକ୍ଷା ମନ୍ତ୍ରୀ ଯୁକ୍ତଦୁଇ ବିଜ୍ଞାନ ଓ ବାଣିଜ୍ୟର ଆନୁଷ୍ଠାନିକ ରେଜଲ୍ଟ ଘୋଷଣା କରିଥିଲେ । ତେବେ ବିଜ୍ଞାନରେ ୯୪.୧୨ ଓ ବାଣିଜ୍ୟରେ ୯୦ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି ।

ରାକ୍ଷୀ ପୂର୍ଣ୍ଣିମାରେ ଯୋଗୀଙ୍କ ଉପହାର; ଦୁଇଦିନ ମାଗଣା ବସ୍‌ ଯାତ୍ରା କରିପାରିବେ ମହିଳା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking